ଅନ୍‌ଲାଇନରେ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 29, 2020

ଅନ୍‌ଲାଇନରେ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ସ୍କୁଲ, କଲେଜ  ଖୋଲିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଫଳରେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଘୋର ବାଧାପ୍ରାପ୍ତ ହୋଇଛି। ଏପରି ସମସ୍ୟାରୁ ମୁକୁଳିବା ଲାଗି ଏଣିକି  ଅନ୍‌ଲାଇନ୍‌ରେ ପାଠ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ।

ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସ‌ ଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍‌ଲାଇନ୍ କ୍ଲାସରେ ହେବ ପାଠପଢ଼ା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି।

କରୋନା ମହାମାରୀ ଲାଗି କଲେଜ ଖୋଲି ଶିକ୍ଷାଦାନ କରିବା ଅସମ୍ଭବ ହେଉଥିବାରୁ ଏହି ବିକଳ୍ପ ବ୍ୟବସ୍ଥା ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ପାଠ ପଢାଯାଇପାରିବ ବୋଲି ନିର୍ଦ୍ଦେଶାଳୟ ସ୍ପଷ୍ଟ କରିଛି।

ହ୍ୱାଟ୍ସଆପ୍ ଗ୍ରୁପ ମାଧ୍ୟମରେ ନିଜ ନିଜ ବିଷୟରେ ଇଣ୍ଟରନେଟ ଲିଙ୍କ୍ ଯୋଗାଇଦେବେ ଅଧ୍ୟାପକ । ପ୍ରତି ୧୫ ଦିନରେ ଥରେ ଅନ୍‌ଲାଇନ ଡାଉଟ୍ କ୍ସିଅରିଂ କ୍ଲାସ୍ ନେବେ। ଅନ୍‌ ଲାଇନ୍‌ କ୍ଲାସ୍ ସଠିକ୍ ଭାବେ ଚାଲିଛି କି ନାହିଁ ସେନେଇ କଲେଜ ଅଧ୍ୟକ୍ଷମାନେ ପ୍ରତି ମାସରେ ନିର୍ଦ୍ଦେଶାଳୟକୁ ରିପୋର୍ଟ ଦେବେ।

The post ଅନ୍‌ଲାଇନରେ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ appeared first on Odisha Reporter.



from Odisha Reporter https://ift.tt/2VwvNw7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages