ବୃଦ୍ଧଙ୍କୁ ଲୁହାଛଡ଼ରେ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 23, 2020

ବୃଦ୍ଧଙ୍କୁ ଲୁହାଛଡ଼ରେ ଆକ୍ରମଣ

ବୀରମିତ୍ରପୁର(ରାକେଶ ସାହୁ): ସାମାନ୍ୟ ବଚସାରୁ ଜଣେ ବୃଦ୍ଧଙ୍କୁ ଲୁହା ଛଡ଼ରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର୧୦ ନମ୍ବର ୱାର୍ଡର ମିସ୍ତ୍ରୀ ଦଫେଇରେ ଘଟିଛି। ତାଙ୍କ ନାଁ ଇଭ୍ରାର ଆନସାରୀ। ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲାସ୍ଥିତ ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଏହି ଘଟଣାରେ ଇସ୍ତିଆକ ଆଲମ ନାମକ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଇଭ୍ରାର ଓ ଇସ୍ତିଆକ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ପରେ ଇସ୍ତିଆକ ରାଗି ଯାଇ ଏକ ଲୁହା ଛଡ଼ରେ ଇଭ୍ରାରଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ବୀରମିତ୍ରପୁର ସରକାରୀ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାଉରକେଲାସ୍ଥିତ ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି।
ବୀରମିତ୍ରପୁର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି।

The post ବୃଦ୍ଧଙ୍କୁ ଲୁହାଛଡ଼ରେ ଆକ୍ରମଣ appeared first on Odisha Reporter.



from Odisha Reporter https://ift.tt/3eqJjJf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages