ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୨୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୯୧ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲେ ବି ସେମାନଙ୍କର କରୋନା ଯୋଗୁ ପ୍ରାଣହାନୀ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ନୂତନ ଭାବେ ଚିହ୍ନଟ ୧୪୧ କରୋନା ଆକ୍ରାନ୍ତ ମଧ୍ୟରୁ ୧୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ବାକି ୩୧ ଜଣ ସ୍ଥାନୀୟ ଅଞ୍ଚଳର।
ଏହି ୧୪୧ ଜଣ ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ସର୍ବାଧିକ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧୯, କେନ୍ଦ୍ରାପଡ଼ାରୁ ୧୩, ଯାଜପୁରରୁ ୧୦, ସୁନ୍ଦରଗଡ଼ରୁ ୮, ବଲାଙ୍ଗିରରୁ ୭, କଟକରୁ ୬, ପୁରୀରୁ ୫, ଜଗତସିଂହପୁର, ଗଜପତି ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବାଲେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।
from Odisha Reporter https://ift.tt/300vtJc
No comments:
Post a Comment