ଭୁବନେଶ୍ୱରର ପଟିଆ ଅଞ୍ଚଳରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 7, 2020

ଭୁବନେଶ୍ୱରର ପଟିଆ ଅଞ୍ଚଳରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଏହି ୧୮ ଜଣଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ପଟିଆ ଅଞ୍ଚଳର। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ଦୁଇ ଆକ୍ରାନ୍ତଙ୍କ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୮ ବର୍ଷର ଝିଅ। ଦୁହେଁ ଦିଲ୍ଲୀରୁ ଫେରିଥିଲେ ଓ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ।


ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୩ ଜଣଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/3f2uE6D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages