ଗଞ୍ଜାମରେ ପୁଣି କଡ଼ା ହେଲା ଲକ୍‌ଡାଉନ୍ କଟକଣା‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 13, 2020

ଗଞ୍ଜାମରେ ପୁଣି କଡ଼ା ହେଲା ଲକ୍‌ଡାଉନ୍ କଟକଣା‌

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି କରିଦିଆଯାଇଛି। ଜିଲ୍ଲାରେ ଏବେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଗୁଡ଼ିକ ସୀମିତ ସମୟ ପାଇଁ ଖୋଲା ରହିବ। ସେହିଭଳି ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲକ୍‌ଡାଉନ୍‌ ବେଳେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଖୋଲା ରହିବ। ତେବେ ବସ୍, କାର ଓ ଅଟୋ ଚଳାଚଳ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ତା’ସହିତ ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଜିଲ୍ଲାରେ ଶନି ଓ ରିବବାର ଶଟ୍‌ଡାଉନ୍‌ ନିୟମ ଜାରି ରହିବ। ସେହିପରି ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ।


ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ୬୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୯୮ ଜଣ ଚିକିତ୍ସାଧୀନ ଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/2YEgH8K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages