ଚିହ୍ନଟ ହେଲେ ୨୦୬ ଆକ୍ରାନ୍ତ, ୭ ହଜାର ପାର କଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 29, 2020

ଚିହ୍ନଟ ହେଲେ ୨୦୬ ଆକ୍ରାନ୍ତ, ୭ ହଜାର ପାର କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ୨୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତକାଲି ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ପାର୍‌ କରିଯାଇଛି।

ରାଜ୍ୟର ୨୨ଟି ଜିଲ୍ଲା  ସମେତ  ପଶ୍ଚିମବଙ୍ଗ ଫେରନ୍ତା NDRF ଟିମ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ୨୦୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪ ଜଣ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମାଲକାନଗିରିରୁ ସର୍ବାଧିକ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୨୮, କୋରାପୁଟରୁ ୧୮, ଜଗତସିଂପୁର,କଟକରୁ ୧୭, ବଲାଙ୍ଗିରରୁ ୧୬ ଓ ଦେବଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରୁ  ୭ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କେନ୍ଦୁଝର,ଅନୁଗୁଳରୁ ୬ ଜଣ ଲେଖାଏ ଓ ବାଲେଶ୍ୱର ଜିଲ୍ଲାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ଏହାବ୍ୟତୀତ କେନ୍ଦ୍ରାପଡ଼ା, ସମ୍ବଲପୁର,ଢେଙ୍କାନାଳ,ଭଦ୍ରକ ଜିଲ୍ଲାରୁ  ୪ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ା,ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏ, ସୁନ୍ଦରଗଡ଼ରୁ ୨ଜଣ , ବୌଦ୍ଧ, ନୟାଗଡ଼, ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ପଶ୍ଚିମବଙ୍ଗରୁ ଫେରିଥିବା ଏନଡିଆରଏଫ୍‌ ଟିମ୍‌ର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ୬୮୫୯ ଥିବା ବେଳେ ଆଜି ଏହା ୭୦୬୫ରେ ପହଞ୍ଚିଛି। ସେଥି ମଧ୍ୟରୁ ୪୯୪୬ ଜଣ ସୁସ୍ଥ ହୋଇସାରିଲେଣି। ରାଜ୍ୟର ବିଭିନ୍ନ ମେଡିକାଲରେ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି। ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

The post ଚିହ୍ନଟ ହେଲେ ୨୦୬ ଆକ୍ରାନ୍ତ, ୭ ହଜାର ପାର କଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/2Vu3U83

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages