ରାଜ୍ୟରେ ଗୋଟିଏ ଦିନରେ ୩୦୪ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 20, 2020

ରାଜ୍ୟରେ ଗୋଟିଏ ଦିନରେ ୩୦୪ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଗୋଟିଏ ଦିନରେ ଏତେ ସଂଖ୍ୟକ ପଜିଟିଭ୍ କେସ୍ ଆସିବା ଏକ ରେକର୍ଡ। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩୫୩୪ ସୁସ୍ଥ ହୋଇସାରିଥିବା ବେଳେ ୧୬୦୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୧୪ ଜଣଙ୍କ ମୃତ୍ୟୁ ଘଟିଛି। କରୋନାରେ ଆକ୍ରାନ୍ତ ଆଉ ୫ ଜଣ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁ କରୋନା ଯୋଗୁ ହୋଇନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ନୂତନ ଭାବେ ଚିହ୍ନଟ ଏହି ୩୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଆଉ ୩୨ଟି ଲୋକାଲ୍ କେସ୍‌। ସେହିଭଳି ଏହି ୩୦୪ ଜଣଙ୍କ ମଧ୍ୟରେ ସବୁଠୁ ଅଧିକ ଆକ୍ରାନ୍ତ ଅଛନ୍ତି ଗଜପତି ଜିଲ୍ଲାରେ। ଏହି ଜିଲ୍ଲାରେ ଆଉ ୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 



from Odisha Reporter https://ift.tt/3dmgQTg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages