ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା ପରେ ସିସୋଦିଆଙ୍କୁ ଅତିରିକ୍ତ ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା ପରେ ସିସୋଦିଆଙ୍କୁ ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସା ଯୋଗାଇ ଦିଆଯାଉଛି। ଏପରି ସ୍ଥିତିରେ ଦିଲ୍ଲୀର ସ୍ୱାସ୍ଥ୍ୟ ବିଗାର ଦାୟିତ୍ୱ ଅତିରିକ୍ତ ଭାବେ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଦିଆଯାଇଛି।

ଜୈନ ଠିକ୍‌ ହୋଇ କାର୍ଯ୍ୟକୁ ଫେରିବା ଯାଏ ସିସୋଦିଆ ସ୍ୱାସ୍ଥ୍ୟ ବିଭାଗ ସହ ଏହା ଅଧୀନରେ ଥିବା ସମସ୍ତ କାର୍ଯ୍ୟର ଦାୟିତ୍ୱ ନିର୍ବାହ କରିବେ। ଏନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ଶ୍ରୀ ଜୈନ ମଙ୍ଗଳବାର ଠାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ପ୍ରଥମ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା। କିନ୍ତୁ ଗତକାଲି ପୁଣି ଟେଷ୍ଟ କରାଯିବାରୁ ଏହା ପଜିଟିଭ ଆସିଥିଲା। ଜୈନଙ୍କ ବ୍ୟତୀତ ଆପର ୩ ଜଣ ବିଧାୟକ ଓ ଜଣେ କର୍ମୀ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି।



from Odisha Reporter https://ift.tt/3hA9TS2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages