ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ପଞ୍ଚାୟତରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ପଞ୍ଚାୟତକୁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ଏହାସହ ଲହୁଣିପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମଧ୍ୟ ୪୮ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ସରପଞ୍ଚ ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।
ଏହି ସମୟରେ ଜରୁରୀକାଳୀନ ସେବାକୁ ଛାଡ଼ି ଅନ୍ୟ ସବୁ ଦୋକାନ ବଜାର ବନ୍ଦ ରହିବ। ମେଡିସିନ୍ ଦୋକାନ ଓ ଅତି ଆବଶ୍ୟକ ଦୋକାନ ଖୋଲା ରହିବ। ଯେଉଁମାନେ ଏହି ନିୟମ ନ ମାନିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।
The post ପଜିଟିଭ ଚିହ୍ନଟ ହେବା ପରେ ଲହୁଣିପଡ଼ା ଶଟ୍ଡାଉନ୍ appeared first on Odisha Reporter.
from Odisha Reporter https://ift.tt/39MIk4u
No comments:
Post a Comment