ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 18, 2020

ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୧୯୩୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।

୨୫ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ନୂଆ ୭୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜର କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୫ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୭ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୧୦୭ ଜଣ ଅଛନ୍ତି।

 

ଏହା ବ୍ୟତିତ କୋରାପୁଟ ଜିଲ୍ଲାରୁ ୪୫, ଜଗତସିଂହପୁର ଓ ଯାଜପୁରରୁ ୪୦ ଲେଖାଏ, ଗଜପତି ଜିଲ୍ଲାରୁ ୩୯, ବାଲେଶ୍ୱର ଜିଲ୍ଲାରୁ ୩୩, କଟକରୁ ୨୭, ଅନୁଗୋଳରୁ ୨୨, ସମ୍ବଲପୁରରୁ୨୫, ମାଲକାନଗିରିରୁ ୧୮, ସୁନ୍ଦରଗଡ଼ରୁ ୧୭ ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

ପୁରୀରୁ ୧୪, ମୟୂରଭଞ୍ଜରୁ ୧୨, ନୟାଗଡ଼ରୁ ୧୦, ରାୟଗଡ଼ା ଓ ବୌଦ୍ଧରୁ ୮ ଲେଖାଏ, କେନ୍ଦ୍ରାପଡ଼ାରୁ ୭ ,ଭଦ୍ରକରୁ ୫, ବଲାଙ୍ଗିରରୁ ୪, ବରଗଡ଼ରୁ ୩, ଢେଙ୍କାନାଳ ୧,  କେନ୍ଦୁଝରରୁ  ୧, ନବରଙ୍ଗପୁରରୁ ୧, କଳାହାଣ୍ଡି ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2DYVtM3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages