ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 3, 2020

ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ। କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହାକୁ  କଣ୍ଟେନମେଣ୍ଟ କରାଯାଇଛି। ଗୋଟିଏ ପରିବାରରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସି ଏହି ପଦକ୍ଷେପ ନେଇଛି।

ନୂଆଗାଁ ଅଞ୍ଚଳରୁ ମୋଟ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଘରୁ ନ ବାହାରିବାକୁ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଅପିଲ କରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରୁ ୩୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୬ ଜଣ ସୁସ୍ଥ ହୋଇଛନ୍ତି। ୧୪୮ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଭୁବନେଶ୍ୱରରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

The post ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍ appeared first on Odisha Reporter.



from Odisha Reporter https://ift.tt/31Hs16Y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages