ରାଜ୍ୟରେ ଚିହ୍ନଟ ହେଲେ ୧୬୦୨ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 31, 2020

ରାଜ୍ୟରେ ଚିହ୍ନଟ ହେଲେ ୧୬୦୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ  ନୂଆ ୧୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଦିନକରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟାରେ ଏହା ସର୍ବାଧିକ। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୬୦୯ ଟି ହେଉଛି ଲୋକାଲ୍ କେସ୍‌।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୩୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହାପରେ ଖୋର୍ଦ୍ଧା ଜିଲ୍ଲାରେ ୨୮୫,  ରାୟଗଡ଼ା ଜିଲ୍ଲାରେ ୧୬୪, ଗଜପତି ଜିଲ୍ଲାରେ ୧୦୮, କଟକରେ ୫୪, ଢେଙ୍କାନାଳରେ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩, ୪୭୯ରେ ପହଞ୍ଚିଥିବା ବେଳେ ୨୦,୫୧୭ ଜଣ ସୁସ୍ଥ ହୋଇ ସାରିଲେଣି। ୧୨,୭୩୭ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ଚିହ୍ନଟ ହେଲେ ୧୬୦୨ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3giD62J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages