କଣ୍ଟାବାଞ୍ଝି (ଅନ୍ତିମ ପାଣିଗ୍ରାହି): ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଦେବଙ୍ଗ ଗାଁ ବନ୍ଧ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପତ୍ରପାଲି ପଞ୍ଚାୟତର ମଖାପାଲି ଗାଁର ବଶିଷ୍ଠ କୁମ୍ଭାର। ସମସ୍ତ ଆହତଙ୍କୁ ମୁରିବାହାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ବଶିଷ୍ଠ ଓ ତାଙ୍କ ସ୍ତ୍ରୀ ଏକ ବାଇକ୍ରେ ବଙ୍ଗୋମୁଣ୍ଡାରୁ ମଖାପାଲି ଗାଁକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବ ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ବାଇକ୍ରେ ତିନି ଜଣ ଥିଲେ। ଘଟଣାସ୍ଥଳରେ ବିଶିଷ୍ଠଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ଦୁଇ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ମୁରିବାହାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟ ଜଣେ ବାଇକ୍ ଆରୋହୀ ଆହତ ହୋଇ ନ ଥିବା ଜଣାଯାଇଛି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ଦୁଇଟି ବାଇକ୍ ଭାଙ୍ଗି ଚୁରମାର ହୋଇଯାଇଛି ।
The post ଦୁଇ ବାଇକ୍ ମୁହାଁମୁହିଁ ଧକ୍କା appeared first on Odisha Reporter.
from Odisha Reporter https://ift.tt/2O1Y0a5
No comments:
Post a Comment