ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ, ୩୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 3, 2020

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ, ୩୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ପୁଣି ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଥିବା ବେଳେ ଗଞ୍ଜାମରୁ ୩ ଜଣ ଅଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚି ଯାଇଛି।

ଗଞ୍ଜାମର ତିନି ମୃତକ ପୁରୁଷ। ସେମାନଙ୍କୁ ଯଥାକ୍ରମେ ୫୦, ୨୭ ଓ ୩୫ ବର୍ଷ ହୋଇଥିଲା। ୫୦ ବର୍ଷୀୟ ମୃତକ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।

ଖୋର୍ଦ୍ଧା ଜିଲ୍ଲାରୁ ଯେଉଁ ୨ ଜଣଙ୍କ ମୃତ୍ୟୁ ଘଟିଛି, ସେମାନେ ଭୁବନେଶ୍ୱରର ବାସିନ୍ଦା ଥିଲେ। ଉଭୟ ପୁରୁଷ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ୫୧ ବର୍ଷ ହୋଇଥିଲା ଓ ସେ Pleural Tuberculosis ରେ ପୀଡ଼ିତ ଥିଲେ। ସେହିପରି ଅନ୍ୟ ୬୪ ବର୍ଷୀୟ ବୃଦ୍ଧ ଜଣଙ୍କ ଡାଇବେଟିସ୍‌ରେ ଆକ୍ରାନ୍ତ ଥିଲେ।

୩୪ ମୃତକଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାର ୨୦ ଜଣ। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଥିବା ବେଳେ କଟକରୁ ୪, ଅନୁଗୋଳ, ବରଗଡ଼ ଓ ପୁରୀରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।


ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଯାଇଥିବା ବେଳେ ୫,୭୦୫ ଜଣ ସୁସ୍ଥ ହୋଇସାରିଲେଣି। ୨,୮୫୩ ଜଣଙ୍କ ଚିକିତ୍ସା ଚାଲିଛି। ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଟପି ଯାଇଛି। କରୋନାରେ ଆକ୍ରାନ୍ତ ଥିବା ଆଉ ୯ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ କରୋନା ନୁହେଁ, ଅନ୍ୟାନ୍ୟ କାରଣରୁ ସେମାନଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି।

The post ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ, ୩୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3eX52sk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages