ରାଜ୍ୟରେ ଆଉ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 20, 2020

ରାଜ୍ୟରେ ଆଉ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୨,୯୦୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି।

୨୩ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ହୋଇଥିବା ଏହି ୬୪୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୬ଟି ଲୋକାଲ୍‌ କେସ୍‌। ସେହିପରି ୬୪୭ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୫ ଜଣ ଅଛନ୍ତି। ସେହିପରି କଟକ ଜିଲ୍ଲାରୁ ୮୪ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୬୮ ଓ ରାୟଗଡ଼ାରୁ ୪୭ ଜଣ ଅଛନ୍ତି।

ଅନୁଗୋଳରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୦, ବରଗଡ଼ରୁ ୪, ଭଦ୍ରକରୁ ୧୨, ବଲାଙ୍ଗିରରୁ ୫, ଢେଙ୍କାନାଳରୁ ୧୦, ଜଗତସିଂହପୁରରୁ ୭, ଯାଜପୁରରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୮, କୋରାପୁଟରୁ ୨୮, ମାଲକାନଗିରିରୁ ୧୦, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୪, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2OFrrio

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages