ଅଗଷ୍ଟ ୩୧ ଯାଏ ବନ୍ଦ ରହିବ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ସ୍ପେଶାଲ ସ୍କୁଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 17, 2020

ଅଗଷ୍ଟ ୩୧ ଯାଏ ବନ୍ଦ ରହିବ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ସ୍ପେଶାଲ ସ୍କୁଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀର କୋପ ଯୋଗୁ ପ୍ରାୟ ୪ ମାସରୁ ଊର୍ଦ୍ଧ୍ୱ ହେବ ସ୍କୁଲ, କଲେଜ ସବୁ ବନ୍ଦ ରହିଛି।  କେତେ ସ୍କୁଲ, କଲେଜ ଖୋଲିବ ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ଭାବେ କେହି କିଛି କହି ପାରୁ ନାହାନ୍ତି।

ଏପରି ସ୍ଥିତିରେ ପୂର୍ବରୁ ଜୁଲାଇ ୩୧ ତାରିଖ ଯାଏଁ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ ଥିବା ବେଳେ ଏବେ ତାହାକୁ  ଅଗଷ୍ଟ ୩୧ ଯାଏ ଘୁଞ୍ଚାଇ ଦିଆଯାଇଛି। ଭିନ୍ନକ୍ଷମ ସାମାଜିକ ନିରାପତ୍ତା ଓ ସଶକ୍ତୀକରଣ ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ସବୁ ସ୍ପେଶାଲ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏ ନେଇ ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ପତ୍ର ଲେଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅବଗତ କରାଇଛି। ବର୍ତ୍ତମାନ ପରିସ୍ଥିତିରେ ସଂକ୍ରମଣ ଅଧିକ ବ୍ୟାପୁଛି। ଛାତ୍ର ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ପେଶାଲ ସ୍କୁଲ୍‌ଗୁଡ଼ିକୁ ଆଉ ମାସେ ବନ୍ଦ ରଖିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।  ରାଜ୍ୟର ୨୩ଟି ଜିଲ୍ଲାରେ ୧୦୩ଟି ସ୍ପେଶାଲ ସ୍କୁଲ ଅଛି।

The post ଅଗଷ୍ଟ ୩୧ ଯାଏ ବନ୍ଦ ରହିବ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ସ୍ପେଶାଲ ସ୍କୁଲ appeared first on Odisha Reporter.



from Odisha Reporter https://ift.tt/3eFmiS3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages