ଚିହ୍ନଟ ହେଲେ ୧୨୦୩ ଆକ୍ରାନ୍ତ; ୩୦ ହଜାର ଡେଇଁଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 29, 2020

ଚିହ୍ନଟ ହେଲେ ୧୨୦୩ ଆକ୍ରାନ୍ତ; ୩୦ ହଜାର ଡେଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮  ଜିଲ୍ଲାରୁ ୧୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୪୫ ହେଉଛି ଲୋକାଲ କଣ୍ଟାକ୍ଟ କେସ୍‌।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ୨୫୦ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨୨୦, କଟକରେ ୯୭, ଗଜପତିରେ ୭୨ ଓ ମାଲକାନଗିରିରେ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮,୯୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏବେ ବିଭିନ୍ନ ମେଡିକାଲରେ ୧୧,୨୩୫ଜଣ ଚିକିତ୍ସାଧୀନ ଅଛନ୍ତି।

The post ଚିହ୍ନଟ ହେଲେ ୧୨୦୩ ଆକ୍ରାନ୍ତ; ୩୦ ହଜାର ଡେଇଁଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3k3tb3A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages