ରାଜ୍ୟରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 12, 2020

ରାଜ୍ୟରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୮,୭୫୦ ସୁସ୍ଥ ହୋଇସାରିଥିବା ବେଳେ ୪,୮୯୬ ଚିକିତ୍ସାଧୀନ ଅଛନ୍ତି। ୭୦ ଜଣଙ୍କ ମୃତ୍ୟୁ ବି ଘଟିଛି। ଆଉ ୨୧ ଜଣ କରୋନା ଆକ୍ରାନ୍ତଙ୍କର ବି ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ମୃତ୍ୟୁର କାରଣ କରୋନା ନୁହେଁ ବୋଲି କୁହାଯାଇଛି।

ନୂତନ ଭାବେ ଚିହ୍ନଟ ଏହି ୬୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୦୧ଟି ଲୋକାଲ୍ କେସ୍‌। ସେହିପରି ୬୧୬ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।


ଅନୁଗୋଳରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୭, ବରଗଡ଼ରୁ ୩୧, ଭଦ୍ରକରୁ ୨, ବଲାଙ୍ଗିରରୁ ୨, କଟକରୁ ୨୩, ଢେଙ୍କାନାଳରୁ ୭, ଗଜପତି ଜଣେ, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୭, ଝାରସୁଗୁଡ଼ାରୁ ୧୧, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨୩, ଖୋର୍ଦ୍ଧାରୁ ୨୯, କୋରାପୁଟରୁ ୫୦, ମାଲକାନଗିରିରୁ ୧୪, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୪୦, ନୂଆପଡ଼ାରୁ ୫, ପୁରୀରୁ ଜଣେ ଓ ସୁନ୍ଦରଗଡ଼ରୁ ୫ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ appeared first on Odisha Reporter.



from Odisha Reporter https://ift.tt/3gRPiHF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages