ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ୧୩ ହଜାର ଡେଇଁଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 11, 2020

ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ୧୩ ହଜାର ଡେଇଁଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ୨୧ ଜିଲ୍ଲାର ଚିହ୍ନଟ ହୋଇଛନ୍ତି ନୂଆ ୫୯୫ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୨୦୧ ହେଉଛି ଲୋକାଲ କେସ୍‌।  ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୯୭, ଖୋର୍ଦ୍ଧାରୁ ୭୬ , କୋରାପୁଟ ଜିଲ୍ଲାରୁ ୪୪, ମାଲକାନଗିରିରୁ ୩୬ ଗଜପତିରୁ ୨୦, ବାଲେଶ୍ୱର, ଭଦ୍ରକ ଜିଲ୍ଲାରୁ ୧୧ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି।  ବରଗଡ଼ ଜିଲ୍ଲାରୁ ୩ ,   ବଲାଙ୍ଗିର ଜିଲ୍ଲାରୁ ୧, କଟକରୁ ୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ ଜଗତସିଂହପୁରରୁ ୫,  କଳାହାଣ୍ଡି ଜିଲ୍ଲାରୁ ୪, କେନ୍ଦ୍ରାପଡ଼ାରୁ  ୨, କେନ୍ଦୁଝର ଜିଲ୍ଲାରୁ ୩,  ମୟୂରଭଞ୍ଜରୁ ୧୪, ନୟାଗଡ଼ ଜିଲ୍ଲାରୁ ୫, ପୁରୀରୁ ୧୦, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୧୨୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩୬୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ  ରାଜ୍ୟରେ ୪୬୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ୧୩ ହଜାର ଡେଇଁଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/329gj5t

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages