ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୭ ଜିଲ୍ଲାରୁ ୧୨୬୪ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 22, 2020

ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୭ ଜିଲ୍ଲାରୁ ୧୨୬୪ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୨୮ ଜିଲ୍ଲାରୁ ହଜାରେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୭ ଜିଲ୍ଲାରୁ ୧୨୬୪ ନୂଆ ଆକ୍ରାନ୍ତ   ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୪୭  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୧୭ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯  ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୩,୭୫୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୭ ଜିଲ୍ଲାରୁ ୧୨୬୪ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3fNRxvz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages