ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ସଫା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 9, 2020

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ସଫା

ପଶ୍ଚିମ ଚମ୍ପାରନ: ବିହାରର ପଶ୍ଚିମ ଚମ୍ପାରନରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଏଠାକାର ବାଗହା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।

ପୁଲିସ୍‌ର ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ସୀମା ସଶସ୍ତ୍ର ବଳ(ଏସଏସବି) ଓ ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ) ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ବାଗହା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ହଠାତ୍‌ ଗୁଳି ବିନିମୟ ହୋଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି। ଏହା ମଧ୍ୟରେ ୩ଟି ସେଲ୍ଫ ଲୋଡିଂ ରାଇଫଲ ରହିଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜଣାପଡ଼ିଛି।

The post ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ସଫା appeared first on Odisha Reporter.



from Odisha Reporter https://ift.tt/3fkY28U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages