ରାଜ୍ୟରେ ଆଉ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୦ ହଜାର ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 6, 2020

ରାଜ୍ୟରେ ଆଉ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୦ ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୧ଟି ଜିଲ୍ଲାରୁ ଆଉ ୫୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୩ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୧୪୭ଟି ଲୋକାଲ କଣ୍ଟାକ୍ଟ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୦୯୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬,୪୮୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩,୫୫୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିଭଳି ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି।

୫୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୨୭୩ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୫, କଟକରୁ ୨୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୫୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୩୭, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୭, ନୟାଗଡ଼ରୁ ଜଣେ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୬ ଓ ସୁନ୍ଦରଗଡ଼ରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୦ ହଜାର ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/2Z3aJj1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages