କୋରାପୁଟ(ସୂର୍ଯ୍ୟ ପଣ୍ଡା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ବିଭିନ୍ନ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପେକ୍ଷୀରେ କୋରାପୁଟ ପ୍ରଶାସନ ପକ୍ଷରୁ ମଧ୍ୟ କଟକଣା ଜାରି କରାଯାଇଛି। କରୋନା ହଟ୍ସ୍ପଟ୍ ଜିଲ୍ଲାରୁ କୋରାପୁଟ ଜିଲ୍ଲାକୁ ଆସିଲେ କ୍ୱାରେଣ୍ଟାଇନ୍ରେ ରହିବା ବାଧ୍ୟତାମୂଳକ କରାଯାଇଛି। ୧୪ ଦିନ କ୍ୱାରେଣ୍ଟାଇନ୍ରେ ରହିବା ନେଇ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ଗ୍ରାମାଞ୍ଚଳ ପାଇଁ ୧୪ ଦିନିଆ ସରକାରୀ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯାଇଛି। ସେହିପରି ସହରାଞ୍ଚଳ ପାଇଁ ଅନୁମତି ନେଇ ୧୪ ଦିନିଆ ହୋମ୍ କ୍ୱାରେଣ୍ଟାଇନ୍ରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହ ଅନ୍ୟ ରାଜ୍ୟ ଓ ବିଦେଶରୁ ଫେରିଥିଲେ ବି ୧୪ ଦିନ କ୍ୱାରେଣ୍ଟାଇନ୍ରେ ରହିବାକୁ ପଡ଼ିବ। ଆଜିଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।
The post ହଟ୍ସ୍ପଟ୍ ଜିଲ୍ଲାରୁ କୋରାପୁଟ ଆସିଲେ ରହିବେ କ୍ୱାରେଣ୍ଟାଇନ୍ରେ appeared first on Odisha Reporter.
from Odisha Reporter https://ift.tt/3ejpVN6
No comments:
Post a Comment