ଆଜି ଚିତାଲାଗି ଅମାବାସ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 19, 2020

ଆଜି ଚିତାଲାଗି ଅମାବାସ୍ୟା

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ଶ୍ରାବଣ ଅମାବାସ୍ୟା । ଏହି ତିଥିରେ ଶ୍ରୀମନ୍ଦିରରେ ଚିତା ଲାଗି ଅନୁଷ୍ଠିତ ହୋଇଥାଏ । ଏହି ଦିନ ମହାପ୍ରଭୁଙ୍କୁ ସ୍ୱର୍ଣ୍ଣଚିତା ଲାଗି ହୋଇଥାଏ । ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ।

ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ କରିଥାନ୍ତି । ଏହା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତାମାନେ ରତ୍ନ ସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତା ଲାଗି କାର୍ଯ୍ୟ କରିଥାନ୍ତି ।

ଶ୍ରୀଜିଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅରେ ପାଟ ଡୋର ସାହାଯ୍ୟରେ ତିନିଟି ସ୍ୱର୍ଣ୍ଣ ଚିତାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ  । ଶ୍ରୀବଳଭଦ୍ରଙ୍କ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି। ଏହାର ଚାରି ପଟେ ପାଞ୍ଚଟି ବେଢରେ ଲାଗିଛି ମାଣିକ, ହୀରା, ମର୍କତ ଓ ନୀଳ ପଥର । ସେହିପରି ଶ୍ରୀଜଗନ୍ନାଥଙ୍କ ସ୍ୱର୍ଣ୍ଣଚିତା ମଝିରେ ରହିଛି ହୀରା । ଚିତାର ୭ଟି ବେଢ଼ରେ ମାଣିକ, ହୀରା, ପାନ୍ନା ଖଞ୍ଜା ହୋଇଛି। ସପ୍ତମ ବେଢ଼ର ଶୀର୍ଷରେ ପାନପତ୍ର ଆକୃତିର ଏକ ହୀରା ରହିଛି । ତାକୁ କୁହାଯାଏ ବ୍ରହ୍ମଜ୍ୟୋତି ହୀରା । ଦେବୀ ସୁଭଦ୍ରାଙ୍କ ଚିତା ମଝିରେ ଏକ ବଡ଼ ମାଣିକ ପଥର ରହିଛି।

The post ଆଜି ଚିତାଲାଗି ଅମାବାସ୍ୟା appeared first on Odisha Reporter.



from Odisha Reporter https://ift.tt/2ZKsZxK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages