ଦାନା ବାନ୍ଧୁଛି ଲଘୁଚାପ,ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 31, 2020

ଦାନା ବାନ୍ଧୁଛି ଲଘୁଚାପ,ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪ ତାରିଖରେ ଏହା ଲଘୁଚାପରେ ପରିଣତ ହୋଇ ଲଗାଣ ବର୍ଷା ହେବା ସମ୍ଭାବନା ରହିଛି। ୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ରାଜ୍ୟରେ ତିନିରୁ ଚାରି ଦିନ ବର୍ଷା ଲାଗି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,ଏହା ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ପୁରୀ, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗିର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଚାରି ତାରିଖ ବେଳକୁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଶ୍ରୀଯୁକ୍ତ ଦାସ ଆହୁରି କହିଛନ୍ତି ଯେ, ଜୁନ୍‌ ୧ରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୪୭୫.୯ ମିଲିମିଟର ବର୍ଷା ହୋଇଛି। ଯାହା ଓଡ଼ିଶା ପାଇଁ ସ୍ୱାଭାବିକ ବର୍ଷା। ତେବେ ଏହି ଲଘୁଚାପ ସୃଷ୍ଟି ହେବା ଯୋଗୁ ଭଲ ବର୍ଷା ହେବ। ଯାହା ଚାଷ କାର୍ଯ୍ୟରେ ଚାଷୀ କୂଳକୁ ସହାୟକ ହେବ।

The post ଦାନା ବାନ୍ଧୁଛି ଲଘୁଚାପ,ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3gjVU1K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages