ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 14, 2020

ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱର ସମ୍, କିମ୍ସ ଓ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବେ କାର୍ଯ୍ୟ କରିବ ।

ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭ ହଜାର ପରୀକ୍ଷଣ କରାଯାଉଥିବାବେଳେ ସପ୍ତାହେ ମଧ୍ୟରେ ଏହାକୁ ୯ ହଜାରକୁ ବୃଦ୍ଧି କରାଯିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ  ନିଷ୍ପତ୍ତି ନିଆଯାଇଛି। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ,  ସେଥିପାଇଁ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ ।

ଏହାସହିତ ରାଜ୍ୟରେ ୫ଟି ଫୋକସ୍ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ୫ଟି ଜିଲ୍ଲା ହେଉଛି  ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା ।   ଏହି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଯୋଗୁଁ ପରିସ୍ଥିତି ଆହ୍ୱାନମୂଳକ ରହିଛି। ଗଞ୍ଜାମ ଜିଲ୍ଲାରେ ଅଧିକ ମାନବସମ୍ବଳ ସହ ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

The post ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି appeared first on Odisha Reporter.



from Odisha Reporter https://ift.tt/3j78pPR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages