twdftwdfkoମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା NAC ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ଗତକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।
ମାଲକାନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଥିବା ବେଳେ ଦ୍ରୁତ ଗତିରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚିହ୍ନଟ ନୂଆ ୩୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ମ୍ୟୁନିସିପାଲିଟିରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି। ବାଲିମେଳା NACରୁ ୧୫ ଏବଂ ଖଇରପୁଟ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିବାରୁ ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।
The post ମାଲକାନଗିରି ମ୍ୟୁନିସିପାଲିଟି ସପ୍ତାହେ ଲକ୍ଡାଉନ୍ appeared first on Odisha Reporter.
from Odisha Reporter https://ift.tt/2W6SNC8
No comments:
Post a Comment