ତାଲା ପକାଇ ଘରେ ଲଗାଇ ଦେଲେ ନିଆଁ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 30, 2020

ତାଲା ପକାଇ ଘରେ ଲଗାଇ ଦେଲେ ନିଆଁ!

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ପୂର୍ବ ଶତ୍ରୁତାରୁ ତାଲା ପକାଇ ଘରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଗିରଙ୍ଗ ଗାଁରେ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏପରି ଅଭାବନୀୟ କାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଘରେ ଶୋଇଥିବା ୨୦ ଦିନର ଶିଶୁ ସମେତ ପରିବାରର ୫ ଗୁରୁତର ହୋଇ ପଡ଼ିଛନ୍ତି।

ଅଭିଯୋଗ ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଗିରଙ୍ଗ ଗାଁର ଏକ ପରିବାରର ସଦସ୍ୟମାନେ ଶୋଇଥିବା ବେଳେ ଘରର ଉଭୟ ପାର୍ଶ୍ୱର ଦ୍ୱାରରେ କିଛି ଦୁର୍ବୃତ୍ତ ତାଲା ପକାଇ ଦେଇ ନିଆଁ ଲଗାଇ ଦେଇଥିଲେ। ଘରେ ନିଆଁ ଲାଗିଥିବା ଜାଣିପାରି ପରିବାର ଲୋକେ ବାହାରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଏହାପରେ ଚିତ୍କାର କରିବାରୁ ଗ୍ରାମବାସୀ ସେଠାରେ ପହଞ୍ଚିଥିଲେ। ସେମାନେ ପରିବାର ଲୋକଙ୍କୁ ଉଦ୍ଧାର କରିଥିଲେ।

ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ପୁଲିସ୍‌ ଘଟଣାର ତଦନ୍ତ କରୁଛି।

The post ତାଲା ପକାଇ ଘରେ ଲଗାଇ ଦେଲେ ନିଆଁ! appeared first on Odisha Reporter.



from Odisha Reporter https://ift.tt/3jWNIa0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages