ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ମନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 7, 2020

ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ମନା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ମନା। ମେଡିକାଲର ମୁଖ୍ୟ ପ୍ରବେଶ ପଥ ବ୍ୟତୀତ ଅନ୍ୟ ସମସ୍ତ ପ୍ରବେଶ ପଥ ବନ୍ଦ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ବ୍ରହ୍ମପୁର ସହର ସମେତ ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣ ଯୋଗୁଁ ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ ବିଜୟା ଅମୃତା କୁଲାଙ୍ଗେ ।

ମେଡିକାଲ କ୍ୟାମ୍ପସର ମୁଖ୍ୟ ପ୍ରବେଶ ପଥରେ ପୁଲିସ୍‌ ମୁତୟନ ରହିବେ। କେବଳ ହସ୍ପିଟାଲ କର୍ମଚାରୀ ଓ ଗୁରୁତର ରୋଗୀଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି । ହସ୍ପିଟାଲ ପରିସରରେ ମାସ୍କ ବାଧ୍ୟତାମୂଳକ କରାଯାଇଥିବା ବେଳେ କେବଳ ଜଣେ ଆଟେଣ୍ଡାଣ୍ଟଙ୍କୁ ଅନୁମତି ମିଳିବ। ମେଡିକାଲରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆଶଙ୍କାରେ ସାଧାରଣ ରୋଗୀଙ୍କୁ ରୁଟିନ୍ ଓପିଡି ଯିବାକୁ ବାରଣ କରାଯାଇଛି।

ଜରୁରୀକାଳୀନ ସ୍ଥିତିରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏହାବ୍ୟତୀତ ନିୟମ ଉଲ୍ଲଘଂନକାରୀଙ୍କ ବିରୋଧରେ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି।

The post ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ମନା appeared first on Odisha Reporter.



from Odisha Reporter https://ift.tt/2Z5xeDQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages