ସ୍ଥିତି ଭୟଙ୍କର, ଦିନକରେ ୧୫୦୦ ଉପରେ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 23, 2020

ସ୍ଥିତି ଭୟଙ୍କର, ଦିନକରେ ୧୫୦୦ ଉପରେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮ ଜିଲ୍ଲାରୁ ୧୫୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୨୭ ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି   ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩୨ଜଣ ଥିବା ବେଳେ ଖୋର୍ଦ୍ଧାରୁ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୨୨, ୬୯୩ ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୪,୩୯୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୧୪୮ ଜଣ ଚିକିତ୍ସାଧୀନ ଅଛନ୍ତି।

ସମଗ୍ର ରାଜ୍ୟରେ କରୋନା ଦିନକୁ ଦିନ କାୟା ବିସ୍ତାର କରି ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ପ୍ରତିଦିନ ଏହି ମହାମାରୀ ନିଜ ରେକର୍ଡ ଭାଙ୍ଗି ଚାଲିଛି। ଗତକାଲି ୨୭ ଜିଲ୍ଲାରୁ ୧୨୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୪ରେ ପହଞ୍ଚିଛି। ଗତକାଲି ରାଜ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୫୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଉପରେ ରହିଛି ଗଞ୍ଜାମ ଜିଲ୍ଲା। ଏହି ଜିଲ୍ଲାରୁ କେବଳ ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଗତକାଲି ଖୋର୍ଦ୍ଧା ଜିଲ୍ଲାରୁ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୩୦ ଛୁଇଁଛି। ସେହିପରି କଟକରୁ ମଧ୍ୟ ୧୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 

The post ସ୍ଥିତି ଭୟଙ୍କର, ଦିନକରେ ୧୫୦୦ ଉପରେ ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2CGzKbe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages