ଚିହ୍ନଟ ହେଲେ ୧୨୧୫ ଆକ୍ରାନ୍ତ , ଗଞ୍ଜାମ ସହ ତାଳ ଦେଉଛି ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 27, 2020

ଚିହ୍ନଟ ହେଲେ ୧୨୧୫ ଆକ୍ରାନ୍ତ , ଗଞ୍ଜାମ ସହ ତାଳ ଦେଉଛି ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୨୧୫  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୬୨ଟି ହେଉଛି ଲୋକାଲ୍ କେସ୍‌।

ଉଭୟ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ତାଳ ଦେଇ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଉଭୟ ଜିଲ୍ଲାରେ ଏହି ସଂଖ୍ୟା ୩୦୦ ପାର୍‌ କରି ଦେଇଛି। ଗଞ୍ଜାମ ଜିଲ୍ଲାରେ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ୩୧୨ ଛୁଇଁଛି। ଏହାବ୍ୟତୀତ ଗଜପତି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବେଳେ କେନ୍ଦୁଝରରେ ଏହା ୭୭ରେ ପହଞ୍ଚିଛି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮, ୧୦୭ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭, ୩୭୩ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ୧୦୫୪୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

The post ଚିହ୍ନଟ ହେଲେ ୧୨୧୫ ଆକ୍ରାନ୍ତ , ଗଞ୍ଜାମ ସହ ତାଳ ଦେଉଛି ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/3jM5GvO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages