ପୁଣି ୧୦ ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 29, 2020

ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୪ ଜଣ ଥିବା ବେଳେ ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି। ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାଯାଇଛି। ମୃତ ୧୦ ଜଣଙ୍କ ମଧ୍ୟରେ ୨ ମହିଳା ଥିବା ବେଳେ ୮ ଜଣ ପୁରୁଷ ଅଛନ୍ତି।

ଗଞ୍ଜାମରେ ସମୁଦାୟ ୯୦ ଜଣ କରୋନାରେ ଆଖି ବୁଜି ସାରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ୨୧ରେ ପହଞ୍ଚିଲାଣି। ଏହାବ୍ୟତୀତ ସୁନ୍ଦରଗଡ଼, ରାୟଗଡ଼ା ଜିଲ୍ଲାରେ ୭ ଜଣ ଲେଖା , ନୟାଗଡ଼ରେ ୨, ସମ୍ବଲପୁରରେ ଜଣେ କରୋନାରେ ଆଖି ବୁଜିଛନ୍ତି। କଟକ ଜିଲ୍ଲାରେ ୧୧, ଭଦ୍ରକ, ଅନୁଗୁଳ ଜିଲ୍ଲାରେ ୨ ଜଣ ଲେଖା, ବାଲେଶ୍ୱରରେ ୩, ବରଗଡ଼ରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଛି।

The post ପୁଣି ୧୦ ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2P46KNo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages