ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 4, 2020

ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬ରେ ପହଞ୍ଚିଛି।

ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର। ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ।

ଉଭୟ ମୃତକ ପୁରୁଷ। ଗଜପତିରେ ଯାହାଙ୍କ ମୃତ୍ୟୁ ଘଟିଛି, ତାଙ୍କୁ ୪୦ ବର୍ଷ ହୋଇଥିଲା। ସୁନ୍ଦରଗଡ଼ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ୬୪ ବର୍ଷ ହୋଇଥିଲା। ସେ ଡାଇବେଟିସ୍‌ରେ ମଧ୍ୟ ପୀଡ଼ିତ ଥିଲେ।

୩୬ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୭ ଓ କଟକରୁ ୪ ଜଣ ଅଛନ୍ତି। ସେହିପରି ବରଗଡ଼, ପୁରୀ ଓ ଅନୁଗୋଳ ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୫,୯୩୪ ସୁସ୍ଥ ହୋଇସାରିଥିବା ବେଳେ ୩,୦୯୦ ଜଣଙ୍କ ଚିକିତ୍ସା ଚାଲିଛି। ସେହିପରି ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ସେମାନଙ୍କ ମୃତ୍ୟୁର କାରଣ କରୋନା ନୁହେଁ ବୋଲି କୁହାଯାଇଛି।

The post ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/2YXm6c9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages