ମଦ ବିକ୍ରିକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 3, 2020

ମଦ ବିକ୍ରିକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଗାଁରେ ମଦ ବିକ୍ରି ଚାଲିଥିବା ବେଳେ କିଛି ଲୋକ ଏହାକୁ ବିରୋଧ କରିଥିଲେ। ଏହାକୁ ନେଇ ମଦ ବେପାରୀଙ୍କ କିଛି ସହଯୋଗୀ ବିରୋଧ କରୁଥିବା ଗୋଷ୍ଠୀଙ୍କ ଉପରକୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଏଥିରେ ଉଭୟ ଗୋଷ୍ଠୀର ୬ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ଖଲ୍ଲିକୋଟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ପାଇଁ ଗାଁରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

The post ମଦ ବିକ୍ରିକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ appeared first on Odisha Reporter.



from Odisha Reporter https://ift.tt/2YUY6GK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages