ଆଜିଠୁ ‘ଭିମସାର’ର ସମସ୍ତ ଓପିଡି ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 14, 2020

ଆଜିଠୁ ‘ଭିମସାର’ର ସମସ୍ତ ଓପିଡି ବନ୍ଦ

ସମ୍ୱଲପୁର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ଭିମ୍‌ସାର (ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ)ର ସମସ୍ତ ବିଭାଗର ଓପିଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।

ଏହି ନିଷ୍ପତ୍ତି ଅନୁଯାୟୀ, ମେଡିକାଲରେ କେବଳ କାଜୁଆଲିଟି ଓ ଏମର୍ଜେନ୍ସୀ ବିଭାଗ ଖୋଲା ରହିବ। ରୁଟିନ୍ ସର୍ଜରୀ ବନ୍ଦ ରହିବ। ରେଫେରାଲ ରୋଗୀଙ୍କୁ ଅନୁମତି ମିଳିବ।

ଭିମସାର ଭଳି ସେହିପରି ବୁର୍ଲା ସ୍ଥିତ ଭିସୁଟ୍‌ (ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି)କୁ ମଧ୍ୟ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ ବନ୍ଦ ଘୋଷଣା କରିଛନ୍ତି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।

ସୂଚନାଯୋଗ୍ୟ, ସମ୍ୱଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ରେ ପହଞ୍ଚିଛି।  ବିଭିନ୍ନ କୋଭିଡ୍ ଡାକ୍ତରଖାନାରେ ୧୫ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ୧୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

The post ଆଜିଠୁ ‘ଭିମସାର’ର ସମସ୍ତ ଓପିଡି ବନ୍ଦ appeared first on Odisha Reporter.



from Odisha Reporter https://ift.tt/2DJXZWn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages