ଆଇଓସିଏଲ୍ ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବୋମାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 23, 2020

ଆଇଓସିଏଲ୍ ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବୋମାମାଡ଼

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଆଇଓସିଏଲ୍ ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବୋମା ମାଡ଼ର କାରଣ ଜଣାପଡ଼ି ନ ଥିବା ବେଳେ  ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗତକାଲି ରାତି ପ୍ରାୟ ୮ଟା ବେଳେ ପ୍ଲାଣ୍ଟ ମ୍ୟାନେଜର ନୃସିଂହ ଚରଣ ସେଠୀ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ  କୁସୁମାଟି-ଛଣଘର ରାସ୍ତା ତାରିଣୀ ମନ୍ଦିର ନିକଟରେ ତାଙ୍କ କାର୍ ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିଲେ। ୨ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ବୋମା ମାଡ଼ କରି ଫେରାର ହୋଇଯାଇ ଥିବା କୁହାଯାଉଛି।

ବୋମାମାଡ଼ରେ କାର୍‌ର ଆଗ କାଚ ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭର ଶ୍ରୀକାନ୍ତ ମଲ୍ଲିକ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ହେଲେ ପ୍ଲାଣ୍ଟ ମ୍ୟାନେଜର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୋମା ମାଡ଼ର କାରଣ ଜଣାପଡ଼ିନାହିଁ। ଜଟଣୀ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

The post ଆଇଓସିଏଲ୍ ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବୋମାମାଡ଼ appeared first on Odisha Reporter.



from Odisha Reporter https://ift.tt/3eR5eZf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages