କଟକ ସହରରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 5, 2020

କଟକ ସହରରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ (ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ (ସିଏମ୍‌ସି) ଅଞ୍ଚଳରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ସିଏମ୍‌ସି ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ରେ ପହଞ୍ଚିଥିବା ବେଳେ ମାତ୍ର ୨୨ ଜଣ ସୁସ୍ଥ ହୋଇଛନ୍ତି। ୧୬୬ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।

୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହି ୪୬ ଜଣଙ୍କ ମଧ୍ୟରୁ ୩୮ ଜଣ ହେଉଛନ୍ତି ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ର ରୋଗୀ ଓ ଆଟେଣ୍ଡାଣ୍ଟ୍, ଯେଉଁମାନେ ଆଇସୋଲେସନ୍ ୱାର୍ଡରେ ଥିଲେ। ସେହିପରି ଆଉ ୩ ଜଣ ହେଉଛନ୍ତି କୋଭିଡ୍ ଯୋଦ୍ଧା। ଆଉ ୫ଟି ହେଉଛି ମାଲିସାହି କଣ୍ଟାକ୍ଟସ କେସ୍‌।

ବାକି ୨୮ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ୧୩ ଜଣ ମାଳିସାହି। ସେମାନଙ୍କ ମଧ୍ୟରେ ୮ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି। ସେହିପରି ୧୧ଟି କେସ୍ ମାଣିକଘୋଷ ବଜାରର। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି।

The post କଟକ ସହରରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2BE7AgF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages