ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷା ଆରମ୍ଭ ହୋଇଯିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଉତ୍ତର ବିହାରରୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୀୟ ଉପକୂଳ ସହ ଝାଡ଼ଖଣ୍ଡ, ଗାଙ୍ଗେୟ ଉପକୂଳ ଏବଂ ଉତ୍ତରପଶ୍ଚିମ ବଙ୍ଗୀୟ ଉପକୂଳକୁ ଏହି ଘୂର୍ଣ୍ଣିବଳୟ ବ୍ୟାପିଛି। ଏହାର ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୀୟ ଉପକୂଳରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏଥିଯୋଗୁ ଆଜି କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୋଳ ଓ ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ଓ ଅତିପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, ପୁରୀ, କନ୍ଧମାଳ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼।
The post ଆସୁଛି ଆଉ ଏକ ଲଘୁଚାପ; ଏହି ସବୁ ଜିଲ୍ଲାରେ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/2E3DT9t
No comments:
Post a Comment