ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପ ସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଉତ୍ତର ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ।
ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଥିବାରୁ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ରହିଛି। ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
The post ୧୧ ଜିଲ୍ଲାରେ ହୋଇପାରେ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍ ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/2QklKaj
No comments:
Post a Comment