ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି। ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଂକ୍ରମଣରେ ନିୟନ୍ତ୍ରଣ ପାଇଁ ସରପଞ୍ଚମାନେ ଯେଭଳି ନେତୃତ୍ୱର ପରିଚୟ ଦେଇ ପରିସ୍ଥିତିରେ ଉନ୍ନତି ଆଣିପାରିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍ଡାଉନ୍ ଓ ଶଟ୍ଡାଉନ ପରି କଡା ପଦକ୍ଷେପ ନେଉଛନ୍ତି। ଏହାବ୍ୟତୀତ କୋଭିଡ୍ କେୟାର ହୋମ, କୋଭିଡ୍ ମ୍ୟାନେଜମେଣ୍ଟ ସେଣ୍ଟର, ଟେଷ୍ଟିଂ, ସର୍ଭେ ଆଦିରେ ସହଯୋଗ କରୁଛନ୍ତି।
ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ ଜିଲ୍ଲାରେ ପଜିଟିଭ୍ କେସ୍ କମୁଛି। ଆରୋଗ୍ୟ ହାର ବଢୁଛି, ମୃତ୍ୟୁହାର କମୁଛି। ଆଗାମୀ ଦିନରେ ସରପଞ୍ଚମାନଙ୍କର ଭଲ କାମ କୋଭିଡ୍ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।
The post ଗଞ୍ଜାମ ସରପଞ୍ଚଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ; କହିଲେ ଏମିତି… appeared first on Odisha Reporter.
from Odisha Reporter https://ift.tt/2PU9jSJ
No comments:
Post a Comment