ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 26, 2020

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଛତିଶଗଡ଼ ଜେଲ୍‌ରେ ଥିବା ବେଳେ ତାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି।  ଅନୁପ ସାଏଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ତାଙ୍କର ସ୍ୱାବ ଟେଷ୍ଟ କରାଯାଇଥିଲା । ସ୍ୱାବ୍ ଟେଷ୍ଟରୁ ଅନୁପ କରୋନା ପଜିଟିଭ ଥିବା ଜଣାପଡ଼ିଛି ।

ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଅନୁପଙ୍କୁ ଗତକାଲି ରାୟଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାବ ଟେଷ୍ଟ ପରେ ତାଙ୍କର ପଜିଟିଭ ଥିବା ଜଣାପଡ଼ିଛି। ତାଙ୍କର ଏବେ ଚିକିତ୍ସା ଚାଲିଥିବା ଛତିଶଗଡ଼ ଜେଲ୍ କର୍ତ୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡ଼ିଛି ।

ସୂଚନାଯୋଗ୍ୟ, ୨୦୧୬ ଏପ୍ରିଲ ମାସରେ ଝାରସୁଗୁଡ଼ା ସୀମାନ୍ତ ଛତିଶଗଡ଼ରେ ୩୨ ବର୍ଷୀୟା କଳ୍ପନା ଦାସ ଓ ତାଙ୍କର ୧୪ ବର୍ଷୀୟା ଝିଅ ପ୍ରଭାତୀ ଦାସଙ୍କୁ ହତ୍ୟା କରାଯାଇଥିଲା। ଉଭୟଙ୍କୁ ହତ୍ୟା କରାଯାଇ ଛତିଶଗଡ଼ ସୀମାରେ ଫିଙ୍ଗା ଯାଇଥିଲା। ଛତିଶଗଡ଼ ପୁଲିସ୍‌ ମୃତଦେହ ଜବତ କରି ତଦନ୍ତ କରିଥିଲା। ଏହାକୁ ନେଇ ବିଭିନ୍ନ ଥାନାରେ ତଦନ୍ତ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟି କିଛି ଗୋପନୀୟ ତଥ୍ୟ ସଂଗ୍ରହ କରିଥିଲା ପୁଲିସ୍‌। ତେବେ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ସନ୍ଦେହ କରି ଛତିଶଗଡ଼ ପୁଲିସ୍‌ ଅନୁପ ସାଏଙ୍କୁ ଗିରଫ କରିବା ପରଠୁ ସେ ଜେଲ୍‌ରେ ଅଛନ୍ତି।

ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ ତିନି ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କଂଗ୍ରେସ ଟିକେଟ୍‌ରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୪ରେ ସେ ବିଜେଡିରେ ଯୋଗ ଦେଇଥିଲେ।

The post ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3hH8xEw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages