ରାଜ୍ୟରେ ଆହୁରି ୩ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 13, 2020

ରାଜ୍ୟରେ ଆହୁରି ୩ ଦିନ ବର୍ଷିବ

ଭୁବେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ  ଓ ବଲାଙ୍ଗିରରେ  ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗଞ୍ଜାମ, କୋରାପୁଟ୍, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କନାଳ, ବୌଦ୍ଧ, କନ୍ଧମାଳ,  କଳାହାଣ୍ଡି ଏବଂ ବରଗଡରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ଜନିତ ସମ୍ଭାବ୍ୟ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜିଲ୍ଲା ପ୍ରତି ନଜର ରଖିବା ସହ ଖାଲୁଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଥିବାରୁ ଏଥିପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି  ।

The post ରାଜ୍ୟରେ ଆହୁରି ୩ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/30Vfvjn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages