୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ; ୨ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 16, 2020

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ; ୨ ଗିରଫ

ମୋହନା (ମିହିର ଯତି): ଗଜପତି ଜିଲ୍ଲା ମୋହନା ଥାନା ପୁଲିସ ଏକ ଟାଟା ଭ୍ୟାନ୍‌ରୁ ୩୯୧ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦ୍ୱୟ ହେଲେ ଆର.ଉଦୟଗିରି ଥାନା ଅନ୍ତର୍ଗତ ରଣାଲଇ ଗାଁର ପାଉଲ ପାଣି ଓ ଅନୁଗ୍ରହ ଲିମା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।

ସୂଚନା ଅନୁସାରେ, ଗତକାଲି ପୁଲିସ୍‌ ଚାନ୍ଦିପୁଟ ଓ ଲୁହାଗୁଡି ରାସ୍ତାରେ ପାଟ୍ରୋଲିଂ କଲା ବେଳେ କଳାମେରି  ଗାଁ ନିକଟରେ ଏହି ଟାଟା ଭ୍ୟାନରୁ ୧୩ ବସ୍ତା ଗଞ୍ଜେଇ ଜବତ କରିଥିଲା। ଏହି ଗଞ୍ଜେଇ ଆର.ଉଦୟଗିରି ଅଞ୍ଚଳଳରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା।

The post ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ; ୨ ଗିରଫ appeared first on Odisha Reporter.



from Odisha Reporter https://ift.tt/3kYoit9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages