ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ସମେତ ଉପକୂଳ ଜିଲ୍ଲାର ବହୁ ଅଞ୍ଚଳରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାପରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଦିଆଯାଇଛି।
ପାଣିପାଗ ବିଶେଷଜ୍ଞ ଅଜୟ କୁମାର ନାୟକ କହିଛନ୍ତି,“ ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହାସହ ୪୫ରୁ ୫୫ କିମି ଭିତରେ ପବନ ବୋହିବାର ଆଶଙ୍କା ରହିଛି। ”
The post ୧୯ରେ ଆଉ ଏକ ଲଘୁଚାପ appeared first on Odisha Reporter.
from Odisha Reporter https://ift.tt/31Roxxc
No comments:
Post a Comment