ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 12, 2020

ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଆୟୂଷ ମନ୍ତ୍ରୀ ଶ୍ରୀପଦ ନାଏକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ନାଏକ ଦେଇଥିବା ସୂଚନା ଅନୁଯାୟୀ ଗତକାଲି ତାଙ୍କର କୋଭିଡ୍-୧୯ ପରୀକ୍ଷା କରାଯାଇଥିଲା। ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିଲା। ତେବେ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଉ ନଥିଲା। ତାଙ୍କ ଶରୀରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସ୍ୱାଭାବିକ ଭାବେ କାର୍ଯ୍ୟ କରୁଛି। ତେଣୁ ସେ ହୋମ୍ ଆଇସୋଲେସନ୍‌ରେ ଅଛନ୍ତି।

ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍-୧୯ ପରୀକ୍ଷା କରାଇ ନେବାକୁ ଓ ଆବଶ୍ୟକ ସର୍ତ୍ତକମୂଳକ ପଦକ୍ଷେପ ନେବାକୁ  ମନ୍ତ୍ରୀ ଶ୍ରୀ ନାଏକ ପରାମର୍ଶ ଦେଇଛନ୍ତି।


ଏହା ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହିତ ଧର୍ମେନ୍ଦ୍ର ପ୍ରଧାନ, ଅର୍ଜୁନ ମେଘୱାଲ ଓ କୈଳାସ ଚୌଧୁରୀ କରୋନାରେ ଆକ୍ରାନ୍ତ ହୋଇଥିଲେ।

The post ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3gTMH0e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages