ପୁଣି ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୧୯୭୭ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 13, 2020

ପୁଣି ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୧୯୭୭ ପଜିଟିଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୩୦ ଜିଲ୍ଲାରୁ  ନୂଆ ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୭୩୬ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଗଞ୍ଜାମ ଜିଲ୍ଲା। ଏହି ଜିଲ୍ଲାରୁ ୨୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ ଜିଲ୍ଲାରୁ ୧୨୦, ଭଦ୍ରକ ଜିଲ୍ଲାରୁ ୧୧୮, କଟକରୁ ୧୦୧, ଗଜପତିରୁ ୯୩, କୋରାପୁଟ ଜିଲ୍ଲାରୁ ୯୦, ସୁଦରଗଡ଼ରୁ ୮୮, ନୟାଗଡ଼ରୁ ୭୫ ଓ ରାୟଗଡ଼ାରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ବେଳେ ୩୭,୯୦୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ୧୬, ୩୫୩ ଆକ୍ଟିଭ କେସ୍‌ ରହିଛି।

The post ପୁଣି ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୧୯୭୭ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/3fXsG7V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages