ଆଜିଠୁ ପ୍ରବଳ ବର୍ଷା; ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 3, 2020

ଆଜିଠୁ ପ୍ରବଳ ବର୍ଷା; ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବଙ୍ଗୋପସାଗରରେ ସକ୍ରିୟ ହେବ ଲଘୁଚାପ । ଏହାର ପ୍ରଭାବରେ ୭ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି ।  ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ।

ଏସବୁ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ା । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଜୋର୍ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପକୁ ଦେଖି ଆସନ୍ତା ୬ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି  ।

The post ଆଜିଠୁ ପ୍ରବଳ ବର୍ଷା; ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ appeared first on Odisha Reporter.



from Odisha Reporter https://ift.tt/2PnCsW0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages