ଦିନକରେ ସର୍ବାଧିକ, ୩୦ ଜିଲ୍ଲାରୁ ୧୮୭୬ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 11, 2020

ଦିନକରେ ସର୍ବାଧିକ, ୩୦ ଜିଲ୍ଲାରୁ ୧୮୭୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦ ଜିଲ୍ଲାରୁ ୧୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୬୯୪ଟି ହେଉଛି ଲୋକାଲ୍ କେସ୍‌। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଯାଇଛି।

ରାଜ୍ୟରେ ଦିନକରେ ୧୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ଏକ ରେକର୍ଡ ସୃଷ୍ଟି କରିଛି। ଗଞ୍ଜାମକୁ ପଛରେ ପକାଇ ଆଜି ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା।  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୬୦।  ଏହାବ୍ୟତୀତ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୯, ନୟାଗଡ଼ରୁ ୧୦୫, ରାୟଗଡ଼ାରୁ ୯୮, ବାଲେଶ୍ୱରରୁ ୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୭୨ରେ ପହଞ୍ଚିଥିବା ବେଳେ ୩୪,୮୦୫ ଜଣ ସୁସ୍ଥ ହୋଇ ସାରିଲେଣି।  ଏହାବ୍ୟତୀତ ରାଜ୍ୟରେ ଏବେ ୧୫,୫୦୯ ଆକ୍ଟିଭ କେସ୍‌ ରହିଛି।

The post ଦିନକରେ ସର୍ବାଧିକ, ୩୦ ଜିଲ୍ଲାରୁ ୧୮୭୬ ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/31IQuqP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages