ନବରଙ୍ଗପୁର (ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାକୁ ୨ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୫ ଓ ୨୬ ତାରିଖରେ ପୂରା ଜିଲ୍ଲା ଶଟ୍ଡାଉନ୍ରେ ରହିବ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଶଟ୍ଡାଉନ୍ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲାରେ ଆଜି ୪୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୭୭ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ସେହିଭଳି ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନଙ୍କର ଅନ୍ୟାନ୍ୟ କାରଣରୁ ମୃତ୍ୟୁ ଘଟିଥିବା କୁହାଯାଇଛି।
The post ନବରଙ୍ଗପୁର ଜିଲ୍ଲା ୨ ଦିନ ପାଇଁ ଶଟ୍ଡାଉନ୍ appeared first on Odisha Reporter.
from Odisha Reporter https://ift.tt/2QsSBKt
No comments:
Post a Comment