ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଅଜୟଙ୍କ ଟଙ୍କପାଣି ରୋଡସ୍ଥିତ ଘର, ଭୁବନେଶ୍ୱର ନୂଆଗାଁ ଆଉଟ୍ ହାଉସ୍ ଓ ପଟିଆ ଫ୍ଲାଟରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି।
ଚଢ଼ଉ ବେଳେ ଭୁବନେଶ୍ୱରରେ ୨ଟି, ପୁରୀରେ ୧ଟି ଫ୍ଲାଟ ଠାବ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଚଢ଼ଉ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
The post ସ୍ୱତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ଉ appeared first on Odisha Reporter.
from Odisha Reporter https://ift.tt/2XTET7d
No comments:
Post a Comment